ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ସିଏମ୍, ପୋଲିସ ପାଟ୍ରୋଲିଂ କଡ଼ାକଡ଼ି ପାଇଁ ଦେଲେ ନିର୍ଦ୍ଦେଶ
Published By : Prameya-News7 Bureau | August 12, 2025 IST

ଭୁବନେଶ୍ବର: ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡ୍ରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଂ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥି ସହ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କିରବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ବତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ସମ୍ବନ୍ଧିତ ଖବର







