ଆକ୍ରମଣ ପରେ ବଢିଲା ସୁରକ୍ଷା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା

ଆକ୍ରମଣ-ପରେ-ବଢିଲା-ସୁରକ୍ଷା,-ଦିଲ୍ଲୀ-ମୁଖ୍ୟମନ୍ତ୍ରୀ-ରେଖା-ଗୁପ୍ତାଙ୍କୁ-z-କ୍ୟାଟାଗୋରୀ-ସୁରକ୍ଷା

Published By : Prameya-News7 Bureau | August 21, 2025 IST

ନୂଆଦିଲ୍ଲୀ ୨୧।୦୮ : ଆକ୍ରମଣ ପରେ ବଢିଲା ସୁରକ୍ଷା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷାକୁ ଆହୁରି କଠୋର କରିଛନ୍ତି କେନ୍ଦ୍ର ସରକାର । ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର ।

ଖବର ଅନୁଯାୟୀ, ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସିଭିଲ ଲାଇନ୍ସ ସ୍ଥିତ ସରକାରୀ ବାସଭବନରେ ଜନଶୁଣାଣି କରୁଥିଲେ । ଏହି ସମୟରେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ। ଯାହାପରେ ଆକ୍ରମଣକାରୀଙ୍କୁ ଗିରଫ କରିଥିଲା ପୋଲିସ । ଅଭିଯୁକ୍ତ ଜଣକ ଗୁଜରାଟ ରାଜକୋଟର ବାସିନ୍ଦା ରାଜେଶ ଖିମଜୀ। ଆକ୍ରମଣ ପରେ ବୁଧବାର ଦିନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଡାକ୍ତରୀ ପରୀକ୍ଷା ମଧ୍ୟ କରାଯାଇଥିଲା। ବର୍ତ୍ତମାନ ସେ ସୁସ୍ଥ ଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

ସମ୍ବନ୍ଧିତ ଖବର

Scroll to Top