ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ଯାଇଛି ଜୀବନ, ଲିଖିତ ଉତ୍ତର ରଖିଲେ ମନ୍ତ୍ରୀ

ଆମ-ବସ୍-ଦୁର୍ଘଟଣାରେ-ସର୍ବାଧିକ-ଭୁବନେଶ୍ୱରରେ-ଯାଇଛି-ଜୀବନ,-ଲିଖିତ-ଉତ୍ତର-ରଖିଲେ-ମନ୍ତ୍ରୀ

ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ଯାଇଛି ଜୀବନ, ଲିଖିତ ଉତ୍ତର ରଖିଲେ ମନ୍ତ୍ରୀ

ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ ।

Published By: Prativa – Prameya-News7 Bureau | February 24, 2026 12:34 PM

NEWS7

ama bus accident

ଭୁବନେଶ୍ୱର ୨୪/୦୨: ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ । ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକରେ ଜଣେ ମୃତ୍ୟୁବରଣ କରିଛନ୍ତି । ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ହୋଇଛନ୍ତି ଗୁରୁତର ସର୍ବାଧିକ ଭୁବନେଶ୍ୱର ୪ ଜଣ ଗୁରୁତର ହୋଇଛନ୍ତି ।

ସେହିଭଳି ପୁରୀ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ରେ ଜଣେ ଲେଖାଏଁ ହୋଇଛନ୍ତି ଗୁରୁତର ଦୁର୍ଘଟଣା ରୋକିବାକୁ ଏହି ବର୍ଷକ ମଧ୍ୟରେ ୨୮ ହଜାର ୭୦୦ ଥର ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଛି ତାହା ସହ ସ୍ପିଡ଼ ଲିମିଟ କୁ ମଧ୍ୟ ଫିକ୍ସ କରାଯାଇଛି । ଇଲେକ୍ଟ୍ରିକ ବସ୍ ଗୁଡ଼ିକର ବେଗ ୩୫ କିମି ମଧ୍ୟରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଡ଼ିଜେଲ ଚଳିତ ବର୍ଷ ର ବେଗ ୪୦ ଓ ରାଜପଥରେ ଚାଲୁଥିବା ଆମ ବସ୍ ଗୁଡ଼ିକର ବେଗ ୫୦ କିମି ଭିତରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।

Scroll to Top