ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ କରିବ ଗତି

ଆସନ୍ତା-୨୪-ତାରିଖ-ବେଳକୁ-ବଙ୍ଗୋପସାଗରରେ-ଲଘୁଚାପ-ସମ୍ଭାବନା,-ପଶ୍ଚିମ-ଉତ୍ତରପଶ୍ଚିମ-ଦିଗରେ-କରିବ-ଗତି

ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ କରିବ ଗତି

Published By: Ruby – Prameya-News7 Bureau | October 23, 2025 01:49 PM

NEWS7

Low Pressure

ଭୁବନେଶ୍ବର ୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ନେଇ ପାଣିପାଗ ବିଭାଗର ଆକଳନ ।

ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ପ୍ରଭାବରେ ୨୪ ତାରିଖ ବେଳକୁ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ।

Scroll to Top