ଦିବଂଗତ ସାମ୍ବାଦିକାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା, ଶିଲା ପଟ୍ଟନାୟକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା

ଦିବଂଗତ-ସାମ୍ବାଦିକାଙ୍କ-ପାଇଁ-ମୁଖ୍ୟମନ୍ତ୍ରୀଙ୍କ-ସହାୟତା-ଘୋଷଣା,-ଶିଲା-ପଟ୍ଟନାୟକଙ୍କ-ପରିବାରକୁ-ମିଳିବ-୪-ଲକ୍ଷ-ଟଙ୍କା

ଦିବଂଗତ ସାମ୍ବାଦିକାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା, ଶିଲା ପଟ୍ଟନାୟକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା

Published By: Ruby – Prameya-News7 Bureau | January 23, 2026 12:51 PM

NEWS7

CMO

ଭୁବନେଶ୍ବର ୨୩।୧: ବୈଦ୍ୟୁତିକ ଗଣମାଧ୍ୟମ ସାମ୍ବାଦିକା ଦିବଂଗତ ଶିଲା ପଟ୍ଟନାୟକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ଘୋଷଣା କରିଛନ୍ତି । ଦୁର୍ଘଟଣାରେ ମୃତ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଏହି ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି ।

ସିଏମ୍ଓ ଓଡ଼ିଶା ପକ୍ଷରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ବୈଦ୍ୟୁତିକ ଗଣମାଧ୍ୟମ ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ ଥିଲା । ନିଚ୍ଛକ ସମ୍ବାଦ ପରିବେଷଣ ଏବଂ ଦାୟିତ୍ବସମ୍ପନ୍ନ ସାମ୍ବାଦିକା ଭାବେ ତାଙ୍କ ଅବଦାନ ପ୍ରତି ସମ୍ମାନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Scroll to Top