ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ, ସମୁଦାୟ ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର

ନୂଆପଡ଼ା-ବିଧାନସଭା-ଉପନିର୍ବାଚନ-ପାଇଁ-ନାମାଙ୍କନ-ପତ୍ର-ଦାଖଲ-ଶେଷ,-ସମୁଦାୟ-୧୯-ଜଣ-ପ୍ରାର୍ଥୀ-ଦାଖଲ-କଲେ-ନାମାଙ୍କନ-ପତ୍ର

ନୂଆପଡ଼ା: ସରିଲା ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ। ଶେଷ ତାରିଖ ସୁଦ୍ଧା ନୂଆପଡ଼ାର ୭୧ଟି ଆସନ ପାଇଁ ସମୁଦାୟ ୧୯ ଜଣ ପ୍ରାର୍ଥୀ  ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଭରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ୧୧ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି।

ତେବେ ଏହା ପରେ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ଅକ୍ଟୋବର ୨୪ ତାରିଖ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୧୧ ତାରିଖରେ ମତଦାନ ଏବଂ ୧୪ରେ ଭୋଟ୍ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ।

ନାମାଙ୍କନ ଭରିଥିବା ପ୍ରାର୍ଥୀ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

୧୧ ସ୍ବାଧୀନ ପ୍ରାର୍ଥୀ ହେଲେ  ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ  ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି।

Scroll to Top