ପଛକୁ ପଛ ଲଘୁଚାପ ,୭ ଦିନ ଯାଏ ପ୍ରବଳ ପ୍ରବଳ ବର୍ଷା, ୨୪ ଘଣ୍ଟା ପାଇଁ ଏସବୁ ଜିଲ୍ଲାକୁ ଚେତାବନୀ

ପଛକୁ-ପଛ-ଲଘୁଚାପ-,୭-ଦିନ-ଯାଏ-ପ୍ରବଳ-ପ୍ରବଳ-ବର୍ଷା,-୨୪-ଘଣ୍ଟା-ପାଇଁ-ଏସବୁ-ଜିଲ୍ଲାକୁ-ଚେତାବନୀ

ଭୁବନେଶ୍ଵର: ରାଜ୍ୟ ଉପରେ  ଦୁଇ ଦୁଇଟି ଲଘୁଚାପ। ପ୍ରଭାବରେ ଭିଜିବ ସାରା  ଓଡିଶା , ଫିକା ପଡିପାରେ ଦଶହରା । ୭ ଦିନ ଯାଏ ପ୍ରବଳ ବର୍ଷା ଚେତାବନୀ ଦେଲା ପାଣିପାଗ ବିଭାଗ। ବର୍ତ୍ତମାନ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରିବ ସମ୍ଭାବନା ରହିଛି।

ଏଥିସହ ସେପ୍ଟେମ୍ବର ୨୫ ତାରିଖ ପାଖାପାଖି ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି, ସେପ୍ଟେମ୍ବର ୨୬ ତାରିଖ ପାଖାପାଖି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ଏହା ସେପ୍ଟେମ୍ବର ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ପ୍ରଭାବରେ ରାଜ୍ୟରେ ପ୍ରବଳରୁ  ଅତିପ୍ରବଳ  ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ, ଉତ୍ତର ଓ ଉପକୂଳ  ଓଡ଼ିଶାରେ  ପ୍ରବଳ ବର୍ଷିବ। ଆଗାମୀ ୭ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା  ଥିବା ବେଳେ ଆସନ୍ତା ୨୪ ଘଣ୍ଟା ରେ ସାରା ଓଡ଼ିଶାରେ ବିଜୁଳି ଘଡଘଡି ବର୍ଷାକୁ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ବିଭାଗ। କେନ୍ଦୁଝର , ମୟୁରଭଞ୍ଜ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା,ଯାଜପୁର,କଟକ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା,ନୂଆପଡ଼ା,କଳାହାଣ୍ଡି,କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତାକାଲି ପାଇଁ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଇଥିବା ବେଳେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା  ସମୟରେ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରରେ ଥିବା ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ୨୬ ସେପ୍ଟେମ୍ବର ଯାଏ ସମୁଦ୍ର ମଧ୍ୟ କୁ ଯିବାକୁ ବାରଣ  କାରାଯାଇଛି।

ସେପଟେ ଗତ  ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ହୋଇଥିବା  ବେଳେ  ୩ ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।  ସର୍ବାଧିକ ବର୍ଷା ପୁରୀର ଗୋପରେ ୮୫ ମିମି  ବର୍ଷା ରେକର୍ଡ  କରାଯାଇଛି। 

Scroll to Top