ଫେବୃୟାରୀ ୯ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଫେବୃୟାରୀ-୯ରେ-ମୁଖ୍ୟମନ୍ତ୍ରୀଙ୍କ-ଜନ-ଅଭିଯୋଗ-ଶୁଣାଣି

ଫେବୃୟାରୀ ୯ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଫେବୃୟାରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ଟାରୁ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

Published By: Deepak – Prameya-News7 Bureau | February 05, 2026 10:30 PM

NEWS7

CMO

ଭୁବନେଶ୍ଵର: ଫେବୃୟାରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ଟାରୁ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ।

Scroll to Top