ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୨୨ରେ ଲଘୁଚାପ କ୍ଷେତ୍ର, ୨୪ରେ ନେଇପାରେ ଅବପାତର ରୂପ

ବଙ୍ଗୋପସାଗରରେ-ସୃଷ୍ଟି-ହେଲା-ଘୂର୍ଣ୍ଣିବଳୟ-:-୨୨ରେ-ଲଘୁଚାପ-କ୍ଷେତ୍ର,-୨୪ରେ-ନେଇପାରେ-ଅବପାତର-ରୂପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ୨୨ରେ ଲଘୁଚାପ କ୍ଷେତ୍ର, ୨୪ରେ ନେଇପାରେ ଅବପାତର ରୂପ

Published By: Ruby – Prameya-News7 Bureau | November 20, 2025 01:44 PM

NEWS7

Low Pressure

ଭୁବନେଶ୍ବର ୨୦୧୧: ବଙ୍ଗୋପସାଗରରେସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୨୪ ତାରିଖରେ ନେଇପାରେ ଅବପାତର ରୂପ । ପାଣିପାଗ ବିଭାଗର ଆକଳନ ଅଧିକ ଘନୀଭୂତ ହେବାକୁ ପାଗ ଅନୁକୂଳ ରହିଛି । ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ପାଣିପାଗ ବିଜ୍ଞାନୀ ଲେଖିଛନ୍ତି, ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୫.୮ କି.ମି. ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ, ୨୨ ନଭେମ୍ବର ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ, ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଗୋଟିଏ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ।

Scroll to Top