ବଡ଼ଦେଉଳରେ ବଡ଼ଠାକୁରଙ୍କ ଆଜି ହରିହର ବେଶ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ବଡ଼ଦେଉଳରେ-ବଡ଼ଠାକୁରଙ୍କ-ଆଜି-ହରିହର-ବେଶ,-ଶ୍ରୀମନ୍ଦିରରେ-ସ୍ୱତନ୍ତ୍ର-ନୀତିକାନ୍ତି

ବଡ଼ଦେଉଳରେ ବଡ଼ଠାକୁରଙ୍କ ଆଜି ହରିହର ବେଶ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Published By: Kirti – Prameya-News7 Bureau | October 27, 2025 08:57 AM

NEWS7

Harihara besha

ପୁରୀ ୨୭।୧୦  : ସୋମବାର ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି।‌ ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।

ତେବେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ, ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି।‌ କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପୁଷ୍ପାଳକ ସେବକ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି।‌

Scroll to Top