ବୁର୍ଲା ଭିସୁଟରେ ଲାଗୁ ହେଲା ୟୁନିଫର୍ମ, ଜାଣନ୍ତୁ କେଉଁ ବର୍ଷର ଛାତ୍ରଛାତ୍ରୀ ପିନ୍ଧିବେ କ’ଣ ?
Published By : Prameya-News7 Bureau | August 14, 2025 IST

ସମ୍ବଲପୁର ୧୪।୦୮ : ବୁର୍ଲା ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍। ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି। ୨୦୨୫-୨୦୨୬ ବର୍ଷ ପାଇଁ ଆଡମିଶନ୍ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ। ଏଥିରେ ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି। ପୁଅଙ୍କ ପାଇଁ ଫର୍ମାଲ ପ୍ୟାଣ୍ଟ ଓ ସାର୍ଟ ରହିଥିବାବେଳେ ଝିଅଙ୍କ ପାଇଁ ସାଲଓ୍ବାର କମିଜ୍ ସହ ଓ୍ବେଷ୍ଟକୋଟ୍ ବାଧ୍ଯତାମୂଳକ କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଦୁପଟ୍ଟା ବା ଓଢଣୀ ବାରଣ ରହିଛି। ପ୍ୟାଣ୍ଟ, ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ ବୋଲି କୁହାଯାଇଛି।
ସମ୍ବନ୍ଧିତ ଖବର







