ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ, ୧୦ରୁ ଅଧିକ ଯାତ୍ରୀ ଗୁରୁତର

ଯାତ୍ରୀବାହୀ-ବସ୍‌କୁ-ଧକ୍କା-ଦେଲା-ଟ୍ରକ,-୧୦ରୁ-ଅଧିକ-ଯାତ୍ରୀ-ଗୁରୁତର

ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ, ୧୦ରୁ ଅଧିକ ଯାତ୍ରୀ ଗୁରୁତର

Published By: Kirti – Prameya-News7 Bureau | November 18, 2025 08:12 AM

NEWS7

bus

ବୌଦ୍ଧ ୧୮।୧୧ : ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ । ଯେଉଁଥିରେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ୪୦ରୁ ଅଧିକ ବସ୍ ଯାତ୍ରୀ । ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ବଲାଙ୍ଗୀ ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିରରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।

ଖବର ଅନୁଯାୟୀ, ଶିବଶଙ୍କର ନାମକ ଏକ ଯାତ୍ରୀବାହୀ ଟୁରିଷ୍ଟ ବସ୍ ବୌଦ୍ଧ ଆଡ଼କୁ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହିତ ସାମ୍ନାସାମ୍ନି ଧକ୍କା ହୋଇଥିଲା । ଯାହାଫଳରେ ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୪୦ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଏହାପରେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ବୌଦ୍ଧ ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଦୁର୍ଘଟଣା ଘଟାଇ ଟ୍ରକ ଫେରାର ମାରିଥିବା ବେଳେ ଘଟଣାସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Scroll to Top