ଶଙ୍ଖ ଭବନରେ ବିଜେଡି ପାଳିଛି ୭୯ତମ ସ୍ଵାଧୀନତା ଦିବସ, ପତାକା ଉତ୍ତୋଳନ କଲେ ବରିଷ୍ଠ ଉପସଭାପତି
Published By : Prameya-News7 Bureau | August 15, 2025 IST

ଭୁବନେଶ୍ବର ୧୫।୮: ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ସ୍ବାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେପକାଉଛି ସାରାଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିଭଳି ଭୁବନେଶ୍ବର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେହିଭଳି ୩ ପ୍ରମୁଖ ରାଜନୈତିକ ଦଳ ମଧ୍ୟ ୭୯ତମ ସ୍ବାଧୀନତା ଦିବସ ପାଳନ କରିଛନ୍ତି ।

ବିଜୁ ଜନତା ଦଳର ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି । ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଭୁବନେଶ୍ଵର ଜିଲ୍ଲା ସଭାପତି ଅଶୋକ ପଣ୍ଡା, ମେୟର ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ବରିଷ୍ଠ ନେତା ପ୍ରଦୀପ ଅମାତଙ୍କ ସମେତ ବହୁ କର୍ମୀ ଉପସ୍ଥିତ ରହି ସ୍ଵାଧୀନତା ଦିବସ ପାଳନ କରିଛନ୍ତି ।
You Can Read:
୭୯ତମ ସ୍ବାଧୀନତା ଦିବସ : ବିକଶିତ ଓଡ଼ିଶା ଗଠନ ପାଇଁ ପରିଶ୍ରମ କରିବାକୁ ଆହ୍ଵାନ କଲେ ମନମୋହନ ସାମଲ
ସମ୍ବନ୍ଧିତ ଖବର







