ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ହେବ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ
Published By : Prameya-News7 Bureau | August 14, 2025 IST

ପୁରୀ ୧୪।୦୮: ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ପ୍ରଭୁ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ଶ୍ରୀମନ୍ଦିରରେ ଆଜି ସଂଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ଯାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବା ପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, କ୍ଷୀରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ। ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ। ପୂଜାପଣ୍ଡା ସେବାୟତ ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ତିନି ବାଡ଼ରେ ବନ୍ଦାପନା କରିବେ। ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ। ସ୍ୱୟଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଦେବକୀ ରୂପଧାରଣ କରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ଏହି ଜେଉଡ ପ୍ରସାଦ ଲାଗି କରାଯାଇଥାଏ।
ସମ୍ବନ୍ଧିତ ଖବର







