Jewellery Transfer: ସ୍ଥାନାନ୍ତର ହେବ ରତ୍ନ, ବନ୍ଦ ରହିବ ଦର୍ଶନ

jewellery-transfer:-ସ୍ଥାନାନ୍ତର-ହେବ-ରତ୍ନ,-ବନ୍ଦ-ରହିବ-ଦର୍ଶନ

ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର। ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର।

Madhupriya Mistry

  • Published: Monday, 22 September 2025
  • Last updated: 22 September 2025, 12:50 PM IST

PuriCredit: OTV

ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର

ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯିବ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ।

ଏଥିପାଇଁ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ସକାଳ ୧୦ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ଏହାପରେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ।

ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ କରାଯିବ। ରତ୍ନଭଣ୍ଡାର ସ୍ଥାନାନ୍ତର ସମାପନ ପରେ ପ୍ରତ୍ୟାହାର ହେବ କଟକଣା ତଥା ଭକ୍ତଙ୍କ ଦର୍ଶନ ସ୍ୱାଭାବିକ ହେବ । ତେବେ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Also Read

ଓଟିଭି ବିଜ୍ଞାପନ

Scroll to Top