ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ମହଙ୍ଗା ଭତ୍ତା ୫୮ ପ୍ରତିଶତକୁ ବୃଦ୍ଧି
Published By: Ruby – Prameya-News7 Bureau | October 16, 2025 12:05 PM
NEWS7
ଭୁବନେଶ୍ୱର ୧୬।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ.ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ. ପାଇବେ । ଏହାଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।




