ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ କରିବ ଗତି
Published By: Ruby – Prameya-News7 Bureau | October 23, 2025 01:49 PM
NEWS7
ଭୁବନେଶ୍ବର ୨୩।୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ନେଇ ପାଣିପାଗ ବିଭାଗର ଆକଳନ ।
ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୨୪ ତାରିଖ ବେଳକୁ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ।




