କୁର୍ଣ୍ଣୁଲ ବସ୍‌ ଟ୍ରାଜେଡି: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

କୁର୍ଣ୍ଣୁଲ-ବସ୍‌-ଟ୍ରାଜେଡି:-ଶୋକ-ପ୍ରକାଶ-କଲେ-ରାଷ୍ଟ୍ରପତି-ଏବଂ-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ହାଇଦ୍ରାବାଦ ବେଙ୍ଗାଲୁରୁ ଏନ୍‌ଏଚ୍‌ରେ ବସ୍‌ରେ ନିଆଁ  ଲାଗିଯିବାରୁ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଆନ୍ଧ୍ରର କର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି। ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲରେ ଏକ ମର୍ମନ୍ତୁଦ ବସ୍ ଅଗ୍ନିକାଣ୍ଡ ଦୁର୍ଘଟଣାରେ ପ୍ରାଣହାନି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ମୁଁ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ଘଟଣାକୁ ନେଇ ଦୁଃଖପ୍ରକାଶ କରିବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ରାଶି ନେଇ ଘୋଷଣା କରିଛନ୍ତି।  ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଅତ୍ୟନ୍ତ ମର୍ମାହତ। ଏହି କଷ୍ଟକର ସମୟରେ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

The loss of lives in a tragic bus fire accident in Kurnool, Andhra Pradesh is deeply unfortunate. I extend my heartfelt condolences to the bereaved family members and pray for the speedy recovery of those injured.

— President of India (@rashtrapatibhvn) October 24, 2025

Extremely saddened by the loss of lives due to a mishap in Kurnool district of Andhra Pradesh. My thoughts are with the affected people and their families during this difficult time. Praying for the speedy recovery of the injured.

An ex-gratia of Rs. 2 lakh from PMNRF would be…

— PMO India (@PMOIndia) October 24, 2025

ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ କାବେରୀ ଟ୍ରାଭେଲ୍ସ ବସ୍‌ରେ ହଠାତ୍ ଲାଗିଥିଲା ନିଆଁ । ବାଇକ୍‌ ସହ ଧକ୍କା ହେବାରୁ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସମ୍ପୂର୍ଣ୍ଣ ବସଟି କିଛି ମିନିଟ୍ ମଧ୍ୟରେ ପାଉଁଶ ହୋଇଗଲା। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।

I am shocked to learn about the devastating bus fire accident near Chinna Tekur village in Kurnool district. My heartfelt condolences go out to the families of those who have lost their loved ones. Government authorities will extend all possible support to the injured and…

— N Chandrababu Naidu (@ncbn) October 24, 2025

ସ୍ଥାନୀୟ ବାସିନ୍ଦା ଏବଂ ପୋଲିସ ମିଳିତ ଭାବରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିଶମ ବାହିନୀ ଗାଡ଼ିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବା ଆରମ୍ଭ କରିଥିଲେ। ଦୁର୍ଘଟଣା ଯୋଗୁଁ ହାଇୱେରେ ଲମ୍ବା ଟ୍ରାଫିକ୍ ଜାମ୍ ସୃଷ୍ଟି ହୋଇଥିଲା। ପୋଲିସ ଅଞ୍ଚଳକୁ ଘେରାବନ୍ଦୀ କରି ତଦନ୍ତ ଆରମ୍ଭ କରିଛି ବସ୍ ରେ ପାଖାପାଖି ୪୦ ରୁ ଅଧିକ ଯାତ୍ରୀ ଥିଲେ । ଆଗକୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି ।

Scroll to Top