ଲୋକସେବା ଭବନରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସୂଚନା
Published By: Ruby – Prameya-News7 Bureau | October 29, 2025 11:58 AM
NEWS7
ଭୁବନେଶ୍ବର ୨୯।୧୦: ଲୋକସେବା ଭବନରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଲୋକସେବା ଭବନର ଗୃହ ବିଭାଗରେ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ତେବେ ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛି ଲୋକସେବା ଭବନ । ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ ବିଭାଗ କର୍ମଚାରୀ ।
ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଥିଲା । ଗୃହ ବିଭାଗ ପ୍ରକୋଷ୍ଠରେ ନିଆଁ ଲାଗିଥିବା ନେଇ ଖବର ମିଳିଥିଲା । ସଙ୍ଗେ ସଙ୍ଗେ ଏନେଇ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ ସେଠାରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରିଥିଲେ । ନିଆଁକୁ ଆୟତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ସର୍ଟ ସର୍ଟିକରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ଖୁବ୍ ଅଳ୍ପ ସମୟ ଭିତରେ ନିଆଁକୁ ଆୟତ୍ତ କରାଯାଇଥିଲା । ଯାହା ଫଳରେ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇପାରିଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ।




