ଶ୍ରୀମନ୍ଦିରରେ ମହାପଞ୍ଚୁକ ନୀତି, ରବିବାର ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ଶ୍ରୀମନ୍ଦିରରେ-ମହାପଞ୍ଚୁକ-ନୀତି,-ରବିବାର-ମହାପ୍ରଭୁଙ୍କ-ଲକ୍ଷ୍ମୀନାରାୟଣ-ବେଶ

ଶ୍ରୀମନ୍ଦିରରେ ମହାପଞ୍ଚୁକ ନୀତି, ରବିବାର ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

Published By: Kirti – Prameya-News7 Bureau | November 02, 2025 08:13 AM

NEWS7

puri

ପୁରୀ ୦୨।୧୧ : ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପଞ୍ଚୁକ ନୀତି ସହ ହରିଉତ୍ଥାପନ ଏକାଦଶୀ। ଏଥିପାଇଁ ଶ୍ରୀମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗିଛି । ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଥିବା ବେଳେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି।

ତେବେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାର୍କେଟ ଛକ ଠାରେ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରୁଛନ୍ତି। ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ଵକୁ ନୋଭେହିକିଲ ଜୋନ କରାଯାଇଛି। ସୁରକ୍ଷା ଦାୟିତ୍ବରେ ୫ ଅତିରିକ୍ତ ଏସପି, ୧୬ ଡିଏସପି, ୩୫ ଇନ୍ସପେକ୍ଟରଙ୍କ ସହ ୩୨ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ବରେ ରହିଛନ୍ତି। ଦୀର୍ଘ ଏକାମାସ ଧରି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀଙ୍କ ପାଇଁ ପଞ୍ଚୁକ ବ୍ରତ ବେଶ୍ ମହତ୍ୱ ରଖିଥାଏ ବୋଲି ବିଶ୍ୱାସ ରହିଛି। ଚଳିତ ଥର ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଛି। ଫଳରେ ଭକ୍ତମାନେ ମହାପ୍ରଭୁଙ୍କର ବାଙ୍କଚୂଡ଼ ବେଶ ଦର୍ଶନରୁ ବଞ୍ଚିତ ରହିବେ।

Scroll to Top