ଭୁବନେଶ୍ୱର ୦୩।୧୧ : ରାଜ୍ୟରେ ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା କମିବ । ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ । ଏହା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା ଓ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାରଠୁ ୮ ତାରିଖ ଯାଏ ରାଜ୍ୟ ସାରା ପାଗ ଶୁଖିଲା ରହିବ।
ଗତକାଲି ରାତିର ସବୁଠୁ କମ୍ ତାପମାତ୍ରା କୋରାପୁଟରେ ୧୫.୪ ଡିଗ୍ରୀ ରହିଥିଲା । ସେହିପରି ଫୁଲବାଣୀରେ ୧୮ ଡିଗ୍ରୀ ଓ ଦାରିଙ୍ଗିବାଡ଼ିରେ ୧୯ ଡିଗ୍ରୀ ରହିଥିଲା । ପୁରୀରେ ରାତିର ତାପମାତ୍ରା ସର୍ବାଧିକ ୨୬.୮ ଡିଗ୍ରୀ ରହିଥିଲା । ପାରାଦୀପରେ ୨୫.୭ ଡିଗ୍ରୀ , ଗୋପାଳପୁରରେ ୨୫.୪ ଡିଗ୍ରୀ, ଛତ୍ରପୁରରେ ୨୫.୫ ଡିଗ୍ରୀ, ଗୋପାଳପୁରରେ ୨୫.୪ ଡିଗ୍ରୀ, ବରଗଡ଼ରେ ୨୫.୨ ଓ ଟିଟିଲାଗଡ଼ରେ ୨୫ ଡିଗ୍ରୀ ତାପମାତ୍ରା ରହିଥିଲା । ସେହିପରି ଭୁବନେଶ୍ୱରରେ ରାତିର ତାପମାତ୍ରା ୨୪ ଡିଗ୍ରୀ, କଟକରେ ୨୩ ଡିଗ୍ରୀ ରହିଥିଲା ।




