ହ୍ୟୁମାନ ସାଗରଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ହ୍ୟୁମାନ-ସାଗରଙ୍କ-ବିୟୋଗ,-ଶୋକ-ପ୍ରକାଶ-କଲେ-ମୁଖ୍ୟମନ୍ତ୍ରୀ-ମୋହନ-ମାଝୀ

ଭୁବନେଶ୍ବର: ଆଉ ଶୁଣିବାକୁ ମିଳିବନି ଭାବଭରା କଣ୍ଠର ଯାଦୁ।ଶୁଭିବନି ସେହି ସୁମଧୁର କଣ୍ଠ ସ୍ବର। ଯେଉଁ ସ୍ବର ଦିନେ ପ୍ରତି ଓଡ଼ିଆକୁ ବାନ୍ଧି ରଖୁଥିଲା, ବିଶେଷ କରି ଯୁବପୀଢ଼ୀଙ୍କ ହୃଦୟରେ ଘର କରି ରହିଥିଲା… ସେ ସ୍ବର ଆଜି ନୀରବି ଯାଇଛି। ପରଲୋକରେ ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ କଣ୍ଠ ଶିଳ୍ପୀ ହ୍ୟୁମାନ ସାଗର। ଜୀବନ ମରଣ ସହ ସଂଘର୍ଷ କରି ଶେଷରେ ହାରି ଯାଇଛନ୍ତି ହ୍ୟୁମାନ। ସୋମବାର ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ୩୪ ବର୍ଷ ବୟସରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି।

ତାଙ୍କ ବିୟୋଗରେ ସଙ୍ଗୀତ ପ୍ରେମୀ ସହ ସବୁ ବର୍ଗରେ ଶୋକର ଲହରି ଖେଳି ଯାଇଛି। ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ପୋଷ୍ଟରେ କହିଛନ୍ତି ‘‘ ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।’’

ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି। 🙏

— Mohan Charan Majhi (@MohanMOdisha) November 17, 2025

ସୂଚନାଯୋଗ୍ୟ, ହ୍ୟୁମାନ ସାଗରଙ୍କ ଲିଭର୍ ଖରାପ ଥିବା ବେଳେ, କିଡନି ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ସେ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଗତ ଶୁକ୍ରବାର ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ଗତ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥାରେ କୌଣସି ଉନ୍ନତି ଘଟି ନଥିଲା। ତାଙ୍କର ଅନେକ ଅଙ୍ଗ ଅଚଳ ହୋଇ ପଡ଼ିଥିଲା। ଆଗାମୀ ୭୨ ଘଣ୍ଟା ହ୍ୟୁମାନଙ୍କ ପାଇଁ ଅତି ଗୁରୁତ୍ଵପୂର୍ଣ୍ଣ ବୋଲି ଡାକ୍ତର କହିଥିଲେ ।

Scroll to Top