ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ
Published By : Prameya-News7 Bureau | August 13, 2025 IST

ପୁରୀ ୧୩।୦୮ : ବୁଧବାର ଭାଦ୍ରବ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଦଇତାପତି ସେବକମାନେ ଠାକୁରଙ୍କ ଏହି ସ୍ୱତନ୍ତ୍ର ସେବା ସମ୍ପନ୍ନ କରିବେ। ସେଥିପାଇଁ ଠାକୁରଙ୍କ ଦର୍ଶନ କଟକଣା ରହିବ। ଅପରାହ୍ଣ ସାଢ଼େ ୨ଟାରୁ ସନ୍ଧ୍ୟାରୁ କିଛି ଘଣ୍ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
ଶ୍ରୀବିଗ୍ରହଙ୍କ ଶ୍ରୀମୁଖର ଚତୁଃପାଶ୍ୱର୍ରେ ସ୍ୱର୍ଣ୍ଣ ନିର୍ମିତ ଏକ ବଳୟ (ପଟି)କୁ ରାହୁରେଖା କୁହାଯାଏ । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ପରେ ରାହୁରେଖା ନୀତି ପାଇଁ ପ୍ରସ୍ତୁତି ଆରମ୍ଭ ହେବ। ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢ଼ି ଯଥାବିଧି ଦର୍ଶନ ଆରମ୍ଭ ହେବ। ରାହୁରେଖା ଲାଗି ନୀତିକୁ ଚାହିଁ ଦର୍ଶନ କଟକଣା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି।
ସମ୍ବନ୍ଧିତ ଖବର







