CM Mohan Majhi: ନାରୀ ସୁରକ୍ଷାକୁ ପ୍ରାଥମିକତା ଦେଇ ଆକ୍ସନ ମୋଡରେ ରହୁ ପୋଲିସ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

cm-mohan-majhi:-ନାରୀ-ସୁରକ୍ଷାକୁ-ପ୍ରାଥମିକତା-ଦେଇ-ଆକ୍ସନ-ମୋଡରେ-ରହୁ-ପୋଲିସ:-ମୁଖ୍ୟମନ୍ତ୍ରୀଙ୍କ-ନିର୍ଦ୍ଦେଶ

ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ହେବ। ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ନାରୀ ସୁରକ୍ଷା କ୍ଷେତ୍ରରେ ସବୁବେଳେ ଆକ୍ସନ ମୋଡ୍ ରେ ରହୁ ପୋଲିସ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ହେଉ ନିୟମିତ ପାଟ୍ରୋଲିଂ। ରାଜ୍ୟରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ ଏବଂ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଏବଂ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

ପୋଲିସ ପଦବୀ ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ ପାଇଁ ନିଷ୍ପତ୍ତି ହୋଇଛି। ଏଥିସହ ବିଗତ ୧ ବର୍ଷ ମଧ୍ୟରେ ୮ହଜାର ୩୫ ନିଖୋଜ ମହିଳା ଓ ୩ହଜାର ୩୦୬ ନିଖୋଜ ବାଳିକାଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

Also Read

ଗତକାଲି ଲୋକସେବା ଭବନରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ୱାଇ.ବି. ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଅଧିକ ପଢନ୍ତୁ: ଭଲ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଓଟିଭି ହ୍ଵାଟ୍ସଅପ

Scroll to Top