ଫେବ୍ରୁଆରୀ ୨୦ରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।
Published By: Ajit – Prameya-News7 Bureau | January 30, 2026 06:36 PM
NEWS7
ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍ ଉପରେ ଗୃହରେ ଆଲୋଚନା କରାଯିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଗୃହକୁ ସମ୍ୱୋଧନ କରି ନିଜ ଅଭିଭାଷଣ ରଖିବେ । ଏହା ପରେ ରାଜ୍ୟପାଳଙ୍କ ସହ ଅଭିଭାଷଣ ଉପରେ ଧନ୍ୟବାଦ ଦିଆଯିବ ।
ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ । ବଜେଟ ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ । ପ୍ରଥମ ପର୍ଯ୍ୟାୟରେ ୭ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୨ଟି କାର୍ଯ୍ୟ ଦିବସ ରହିଛି । ମାର୍ଚ୍ଚ ୩୧ ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହେବ ।




