ଭୁବନେଶ୍ୱର ୧୫।୦୩ : ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ୧୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି।
ଏ ଖବର ବି ପଢନ୍ତୁ:-Rajyasabha Election: ପାରାଦୀପ ଗଲେ ବିଜେପି ବିଧାୟକ, ଟ୍ରେନିଂ ନେଇ ସୋମବାର ଦେବେ ଭୋଟ୍
୧୬ ତାରିଖରେ ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଗକୁ ବର୍ଷା ଥିବାରୁ ଆସନ୍ତା ୪ ଦିନ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ଏ ଖବର ବି ପଢନ୍ତୁ:- Rajyasabha Election: ରାଜ୍ୟସଭା ନିର୍ବାଚନରେ ଘୋଡ଼ା ବେପାରକୁ ନେଇ ଘମାଘୋଟ, ଚିନ୍ତାରେ ବିଜେଡି ଓ କଂଗ୍ରେସ ଶିବିର
୧୭ ଓ ୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶନିବାର ୩ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା। ଝାରସୁଗୁଡ଼ାରେ ୪୦.୨, ଟିଟିଲାଗଡ଼ରେ ୪୦ ଓ ସମ୍ବଲପୁରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି।




