ବିଧାନସଭାରେ ଥମୁନି ଏସସିବି ପ୍ରସଙ୍ଗ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତାଫା ଦାବିରେ ବିରୋଧୀ
ବିଧାନସଭାରେ ଥମୁନି ହଟ୍ଟଗୋଳ । ଏସସିବି ମେଡିକାଲ ପୋଡ଼ି ପ୍ରସଙ୍ଗ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ହଙ୍ଗାମା ଜାରି ରଖିଛନ୍ତି ବିରୋଧୀ । ଯାହାଫଳରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।
Published By: Kirti – Prameya-News7 Bureau | March 23, 2026 10:57 AM
NEWS7
ଭୁବନେଶ୍ୱର ୨୩।୦୩ : ବିଧାନସଭାରେ ଥମୁନି ହଟ୍ଟଗୋଳ । ଏସସିବି ମେଡିକାଲ ପୋଡ଼ି ପ୍ରସଙ୍ଗ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ହଙ୍ଗାମା ଜାରି ରଖିଛନ୍ତି ବିରୋଧୀ । ଯାହାଫଳରେ ବାଚସ୍ପତି ଗୃହକୁ ସାଢେ ୧୧ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।
Also Read:-ଆକ୍ରମଣ କଲା ମାଙ୍କଡ଼, ଛାତରୁ ତଳକୁ ଖସିପଡ଼ିଲେ ମହିଳା
ଦୁଇ ଦିନର ବିରତି ପରେ ଆରମ୍ଭ ହୋଇଥିଲା ବିଧାନସଭା କାର୍ଯ୍ୟ । ହେଲେ ପୂର୍ବଭଳି ଗୃହ କାର୍ଯ୍ୟରେ ହୋଇଥିଲା ବାଧା । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟ ହୋହାଲ୍ଲା ଏବଂ ନାରାବାଜି କରିଥିଲେ । ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ସଦସ୍ୟ ହଟ୍ଟଗୋଳ କରିଥିଲେ । ଏପିରିକି ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ପରେ ଶୁଣିନଥିଲେ ବିରୋଧୀ । ଶେଷରେ କିଛି ସମୟ ଧରି ପ୍ରଶ୍ନକାଳ ଚାଲିବା ପରେ ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ଦିନ ସାଢେ ୧୧ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢୀ ।




