୪ ଦିନ ଯାଏଁ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି, ଖରାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଆସନ୍ତା ୪ ଦିନ ଯାଏଁ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି
Published By: Kirti – Prameya-News7 Bureau | April 21, 2026 12:05 PM
NEWS7
ମାଲକାନଗିରି ୨୧।୦୪ : ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ଆସନ୍ତା ୪ ଦିନ ଯାଏଁ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଆସନ୍ତା ୨୨, ୨୩, ୨୪ ଏବଂ ୨୫ ତାରିଖରେ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ରାଜ୍ୟରେ ଏବେ ଗ୍ରୀଷ୍ମର ପ୍ରକୋପ ଜାରି ରହିଛି । ଯାହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳରେ ଥିବା ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି । ଏହିକ୍ରମରେ ମାଲକାନଗିରି ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି । ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଆସନ୍ତା -୨୨,୨୩, ୨୪ ଓ ୨୫ ତାରିଖରେ ସ୍କୁଲ୍ ଛୁଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଛୁଟି ।
ସେହିପରି ପଞ୍ଚମ ଓ ଅଷ୍ଟମ ସପ୍ଲିମେଣ୍ଟାରୀ ପରୀକ୍ଷା ଜାରି ରହିବ । ବାକି ଅନ୍ୟ ବୋର୍ଡ ପରୀକ୍ଷା ଓ ଜନଗଣନା ମଧ୍ୟ ଚାଲିବ । ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ସକାଳ ସାଢେ ୬ଟାରୁ ୧୦ଟା ୩୦ ଯାଏଁ ସ୍କୁଲ୍ ଖୋଲା ରହିବ ।




