ଏଥର ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀଙ୍କ ପାଇଁ ପୁରୀରେ ହୋଇଛି ବ୍ୟବସ୍ଥା । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନୋଟି ସ୍ଥାନରେ ହବିଷ୍ୟାଳୀଙ୍କ ରହିବା ନେଇ ବ୍ୟବସ୍ଥା ହୋଇଛି।
Credit: OTV
habishyali
ପୁରୀ : ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା । ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ଟାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନୋଟି ସ୍ଥାନରେ ହବିଷ୍ୟାଳୀଙ୍କ ରହିବା ନେଇ ବ୍ୟବସ୍ଥା ହୋଇଛି।
Also Read
ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । ରହଣି ସହ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲ୍ଲାପ୍ରଶାସନ । ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ୨୦୨୫ ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ ହବିଷ୍ୟାଳୀ।
edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ । ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ପ୍ରାଧାନ୍ୟ ଦିଆଯିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
- Reported by:
- MADHUSUDAN MISHRA





