Heavy Rain Alert: ଆସୁଛି ବଡ଼ ବର୍ଷା : ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

heavy-rain-alert:-ଆସୁଛି-ବଡ଼-ବର୍ଷା-:-୭-ଜିଲ୍ଲାକୁ-ୟେଲୋ-ୱାର୍ଣ୍ଣିଂ

ଆସନ୍ତା ୨୩ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସବୁ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ।

Chinmayee Sahoo

  • Published: Tuesday, 19 August 2025
  • Last updated: 19 August 2025, 11:19 AM IST

WEATHERCredit: OTV

ବର୍ଷା

ରାଜ୍ୟରେ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ହେଉଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେଉଛି। ଆଗକୁ ମଧ୍ୟ ଆହୁରି ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଏହା ଦକ୍ଷିଣ ଓଡିଶା – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ।

ଆଜି ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ଛେଚିବ ବର୍ଷା। ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ସମଗ୍ର ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ଆଲର୍ଟ ଜାରି ହୋଇଛି। ଅଧିକାଂଶ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଆସନ୍ତା ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉପକୂଳରେ ମଧ୍ୟ ବର୍ଷା ହେବ। ସେପଟେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗ ୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଅଧିକ ପଢନ୍ତୁ: ପ୍ରବଳ ବର୍ଷା ଯୋଗୁଁ ରେଡ୍ ୱାର୍ଣ୍ଣିଂ; ଗମନାଗମନ ଠପ୍, ଶିକ୍ଷାନୁଷ୍ଠାନ ସହ ଅଫିସ୍ ବି ଛୁଟି

Also Read

ଓଟିଭି ହ୍ଵାଟ୍ସଅପ

Scroll to Top