Heavy Rainfall Alert: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

heavy-rainfall-alert:-ଆଜି-ପ୍ରବଳରୁ-ଅତି-ପ୍ରବଳ-ବର୍ଷା,-୩-ଜିଲ୍ଲାକୁ-ରେଡ୍-ୱାର୍ଣ୍ଣିଂ

ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିତ ହୋଇଛି। ଯାହା ଫଳରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ତାହା ଅବପାତର ରୂପ ନେବା ଫଳରେ ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ଛେଚିବ ବର୍ଷା।

ଅତି ପ୍ରବଳରୁ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ। ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏ ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ଭୀଷଣ ବର୍ଷା ନେଇ ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ଏଥିସହ ସର୍ବାଧିକ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ବି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ସେହିପରି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାକି ସବୁ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଅବପାତ ୧୯ ତାରିଖ ଦିନ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଯାହା ଫଳରେ ରାଜ୍ୟର କୋରାପୁଟ, ମେଲକାନଗିରି, କଳାହାଣ୍ଡି, ନୂଆପଡା ଓ ବଲାଙ୍ଗୀର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Also Read

ଅଧିକ ପଢନ୍ତୁ: ଆସୁଛି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷିବ, ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଓଟିଭି ହ୍ଵାଟ୍ସଅପ

Scroll to Top