Low Pressure: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩ ଦିନ ପ୍ରବଳ ବର୍ଷା

low-pressure:-ବଙ୍ଗୋପସାଗରରେ-ସୃଷ୍ଟି-ହେଲା-ଲଘୁଚାପ-କ୍ଷେତ୍ର,-୩-ଦିନ-ପ୍ରବଳ-ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ। ଲଘୁଚାପ ପ୍ରଭାବରେ ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୩ଦିନ ଭୀଷଣ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ୨ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ଆସନ୍ତା ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡିଶା ସହ ଉପକୂଳରେ ବି ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି।

ସାରା ଓଡ଼ିଶାରେ ବର୍ଷା ସହ କିଛି ସ୍ଥାନରେ ଭାରି ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି ପ୍ରବଳ ବର୍ଷା ପାଇଁ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ସମ୍ଭାବ୍ୟ ବର୍ଷା ପବନକୁ ଦୃଷ୍ଟିରେ ରଖି ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୧୬ ତାରିଖ ଯାଏଁ ସମୁଦ୍ର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Also Read

ଅଧିକ ପଢନ୍ତୁ: ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା; ଏହି ଜିଲ୍ଲାକୁ ଆଲର୍ଟ ଜାରି

ଓଟିଭି ହ୍ଵାଟ୍ସଅପ

Scroll to Top