School closed: ୨୩ ଯାଏଁ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ ଓ ଅଙ୍ଗନଓ୍ବାଡି ଛୁଟି, ବନ୍ଦ ରହିବ ସରକାରୀ ଓ ବେସରକାରୀ ସ୍କୁଲ

school-closed:-୨୩-ଯାଏଁ-ଖୋର୍ଦ୍ଧା-ଜିଲ୍ଲାରେ-ସ୍କୁଲ-ଓ-ଅଙ୍ଗନଓ୍ବାଡି-ଛୁଟି,-ବନ୍ଦ-ରହିବ-ସରକାରୀ-ଓ-ବେସରକାରୀ-ସ୍କୁଲ

ଭୁବନେଶ୍ବର ୧୯।୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୪ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା ୨୦ରୁ ୨୩ ତାରିଖ ଚାରି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।​​​​​​​

ଖୋର୍ଦ୍ଧାରେ ୨୦ରୁ ୨୩ ସ୍କୁଲ ଛୁଟି । ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତା ୨୦ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି ଛୁଟି ଘୋଷଣା କରାଯାଇଛି । ଅସହ୍ୟ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Also Read:- ମୁଁ ହାରିଗଲି ଆଜ୍ଞା.. ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନିତ କରାଗଲା…

ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ୧୨ ଜିଲ୍ଲାରେ ଛୁଟି ଘୋଷଣା କରାଯାଇ ସାରିଛି । ୧୨ ଜିଲ୍ଲାର ଜିଲ୍ଲାପାଳ ନିଜ ନିଜ ଅଞ୍ଚଳରେ ଥିବା ସ୍କୁଲ ଏବଂ ଅଙ୍ଗନବାଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏପିରିକି କିଛି ଜିଲ୍ଲାପାଳ କେବଳ ସ୍କୁଲ ହିଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ନୟାଗଡ଼ ଜିଲ୍ଲା ମଧୁମିତ ରଥ ବି ବଡ଼ ନିଷ୍ପତ୍ତି ନେଇଛନ୍ତି । ଜିଲ୍ଲାପାଳଙ୍କ ନିଷ୍ପତ୍ତି ଅନୁସାରେ, ସୋମବାର ମାନେ ୨୦ ତାରିଖ ଠାରୁ ଜିଲ୍ଲାର ସମସ୍ତ ସ୍କୁଲ ସକାଳୁଆ ହେବାକୁ ନିଷ୍ପତ୍ତି ନେଇଛନ୍ତି । ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯାହା ଫଳରେ କି ପିଲାମାନେ ଗ୍ରୀଷ୍ମ ପ୍ରକୋପରୁ ବଞ୍ଚିତ ରହିବେ । 

Also Read:- ଆସିଲା ପ୍ରଶାସନର ବଡ଼ ନିଷ୍ପତ୍ତି, ସକାଳ ୬ ଟା ୩୦ ରୁ ଆରମ୍ଭ ହେବ ସ୍କୁଲ

ସେହିପରି ସ୍କୁଲ ଖୋଲିବ ସମୟରେ ପିଲାଙ୍କ ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା ଏବଂ ପିଲାମାନେ କିପରି ଖରା ଠାରୁ ଦୂରେଇ ରହିବେ । ସେଥିପ୍ରତି ମଧ୍ୟ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Scroll to Top