Utkal Divas: ଉତ୍କଳ ଦିବସ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବର ଦିନ, ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

utkal-divas:-ଉତ୍କଳ-ଦିବସ-ଓଡ଼ିଶାବାସୀଙ୍କ-ପାଇଁ-ଗର୍ବ-ଓ-ଗୌରବର-ଦିନ,-ଏହି-ଅବସରରେ-ରାଜ୍ୟବାସୀଙ୍କୁ-ଶୁଭେଚ୍ଛା

ଭୁବନେଶ୍ବର ୧।୪:୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।୧୯୩୬ ଏପ୍ରିଲ ୧ ତାରିଖରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଭାଷା ଭିତ୍ତିରେ ଏକ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାରେ ଓଡ଼ିଶା ପାଲଟିଥିଲା ଭାରତର ପ୍ରଥମ ରାଜ୍ୟ ।

ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୂଅ ଛୁଟୁଛି । ଦେଶର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘ଏକ୍ସ’ରେ ରାଷ୍ଟ୍ରପତି ଲେଖିଛନ୍ତି, ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି । ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ । ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।​​​​​​​​​​​​​​

ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା…

— President of India (@rashtrapatibhvn) April 1, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ‘ଏକ୍ସ’ରେ ଲେଖିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି । ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି । ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡ଼ିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି ।

ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ…

— Narendra Modi (@narendramodi) April 1, 2026

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ପବିତ୍ର ଦିବସରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଆମର ବରପୁତ୍ରମାନଙ୍କ ଅଦମ୍ୟ ସଂଘର୍ଷ ଓ ବଳିଦାନ ଯୋଗୁଁ ଆଜି ଆମେ ଏକ ସ୍ୱତନ୍ତ୍ର ପରିଚୟ ନେଇ ଗର୍ବର ସହ ଠିଆ ହୋଇଛୁ । ଆଜିର ଏହି ପବିତ୍ର ଅବସରରେ, ଆସନ୍ତୁ ଆମର ଗୌରବମୟ ଐତିହ୍ୟକୁ ପାଥେୟ କରି ଏକ ‘ସମୃଦ୍ଧ ଓଡ଼ିଶା’ ଗଠନ ପାଇଁ ପୁନର୍ବାର ସଂକଳ୍ପବଦ୍ଧ ହେବା । କୃଷି, ଶିଳ୍ପ, ଶିକ୍ଷା ଓ ସଂସ୍କୃତିର ସମନ୍ୱୟରେ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢ଼ିତୋଳିବା ।

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଏହି ପବିତ୍ର ଦିବସରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଆମର ବରପୁତ୍ରମାନଙ୍କ ଅଦମ୍ୟ ସଂଘର୍ଷ ଓ ବଳିଦାନ ଯୋଗୁଁ ଆଜି ଆମେ ଏକ ସ୍ୱତନ୍ତ୍ର ପରିଚୟ ନେଇ ଗର୍ବର ସହ ଠିଆ ହୋଇଛୁ।
ଆଜିର ଏହି ପବିତ୍ର ଅବସରରେ, ଆସନ୍ତୁ ଆମର ଗୌରବମୟ ଐତିହ୍ୟକୁ ପାଥେୟ କରି ଏକ ‘ସମୃଦ୍ଧ ଓଡ଼ିଶା’… pic.twitter.com/jTzrpCm9E9

— Mohan Charan Majhi (@MohanMOdisha) April 1, 2026

Scroll to Top